ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ | News Room Odisha

ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସାହିତ୍ୟ ଜଗତ ସହ ନାରୀ ସଶକ୍ତିକରଣ ଦିଗରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସେ ସମବେଦନା ଜଣାଇଛନ୍ତି।