ଦୁର୍ଗା ପୂଜାରେ ଭିଜିବ ସାରା ଓଡ଼ିଶା, ୫ ଯାଏଁ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର – ଦୁର୍ଗା ପୂଜାରେ ଭିଜିବ ଓଡ଼ିଶା। ଅଷ୍ଟମୀ ଓ ନବମୀରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଉଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀ, ଜଗତସିଂହପୁର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ହେବ। ଠିକ୍‌ ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଗଜପତି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଅଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.