ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ ଆରୋହୀ ମୃତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ମରୁଆ ଛକ ନିକଟରେ ଘଟିଛି ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁଇ ଜଣ ବାଇକ୍‌ ଆରୋହୀ ପଦ୍ମପୁର ପଟୁ ପାଟଣାଗଡ଼ ଆସୁଥିଲେ । ଏହି ସମୟରେ ପାଟଣାଗଡ଼ ପଟୁ ଆସୁଥିବା ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଉଭୟ ବାଇକ୍‌ ଆରୋହୀ ତଳେ ପଡିଯାଇଥିଲେ । ଘଟଣାସ୍ଥଳରେ ହିଁ ଉଭୟ ଆରୋହୀଙ୍କ ମୃତ୍ୟୁ ହୋଇଥିଲା । ପାଟଣାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Comments are closed.