ହଜାରିବାଗ ତୀର୍ଥଯାତ୍ରୀ ବସ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର: ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମୃତକଙ୍କ ନିକଟ ସମ୍ପର୍କୀୟ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି ।

ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି ।

ଏହି ତୀର୍ଥ ଯାତ୍ରୀ ମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜ ର ଲୋକ ମାନେ ଅଛନ୍ତି ।

Comments are closed.