ଭୁବନେଶ୍ୱର: ଭାରତୀୟ ସ୍ଵାଧୀନତା ସଂଗ୍ରାମର ଅଗ୍ରଦୂତ ଏବଂ ସତ୍ୟ , ଶାନ୍ତି ଓ ଅହିଂସାର ଯୁଗପ୍ରବର୍ତ୍ତକ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ତମ ରାଜସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି ।
ବିଧାନସଭା ପରିସରରେ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ , ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ଏବଂ ପ୍ରାର୍ଥନା ସଭାରେ ଉପବାଚସ୍ପତି ରଜନୀକାନ୍ତ ସିଂ , ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି , କୃଷି ଓ କୃଷକ ସଶକ୍ତିକରଣ , ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ , ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ , ଜଳସଂପଦ , ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ , ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲ ପ୍ରମୁଖ ମଧ୍ୟ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ । ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ର ତରଫରୁ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ‘ ବୈଷ୍ଣବ ଜନ ତୋ ’ ଏବଂ ରାମଧୂନ ପରିବେଷଣ ପରିବେଶକୁ ଭାବଗାମ୍ଭୀର କରିଥିଲା ।
ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଧାନସଭା ସଚିବ ଦାଶରଥୀ ଶତପଥୀ , ସୂଚନା ଓ ଲୋକସଂପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ପରିଡ଼ା , ବିଧାନସଭାର ସ୍ଵତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ତଥା ନିର୍ଦ୍ଦେଶକ ( ଗବେଷଣା ) କୃପାସିନ୍ଧୁ ମିଶ୍ର , ଯୁଗ୍ମ ନିର୍ଦ୍ଦେଶକ ( ଗବେଷଣା ) ଶ୍ରୀ ଶିବପ୍ରସାଦ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ , ଯୁଗ୍ମ ନିର୍ଦ୍ଦେଶକ ବିଶ୍ୱଜିତ ଦାଶ , ମାନସ ରଞ୍ଜନ ଖୁଣ୍ଟିଆ , ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ସହଯୋଗ କରିଥିଲେ । ସୂଚନା ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।
Comments are closed.