ଲଘୁଚାପ ପ୍ରଭାବରେ ଆଜି ବି ହେବ ବର୍ଷା, ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର – ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି । ବର୍ଷା ଯୋଗୁଁ ଫିକା ପଡିଛି ପୂଜା ମଉଜ । ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଦଶହରା ଫିକା ପଡିବ ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ କମିବ। ହେଲେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀରେ କାଲି ପ୍ରବଳ ବର୍ଷିପାରେ ।

Comments are closed.