ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୧୦୦ରୁ ତଳେ, ୬୩ ନୂଆ ପଜିଟିଭ ଚିହ୍ନଟ | News Room Odisha

ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୧୦୦ରୁ ତଳେ, ୬୩ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ବର – ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ଶହେ ତଳେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଅଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୬, ବରଗଡ଼ରୁ ୪, ବଲାଙ୍ଗୀରୁ ୧, କଟକରୁ ୮ , ଜଗତସିଂହପୁରରୁ ୧ , ଯାଜପୁରରୁ ୩ , ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୫, ପୁରୀରୁ ୬ , ସମ୍ବଲପୁରରୁ ୨ , ସୁନ୍ଦରଗଡ଼ରୁ୧୧ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ୭୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।