ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି | News Room Odisha

ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର – ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ସହ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ଅକ୍ଟୋବର ୧୪ ତାରିଖ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧୫ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ଅକ୍ଟୋବର ୧୭ । ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ ହେବ ଓ ୬ ତାରିଖରେ ହେବ ଭୋଟ ଗଣତି ।

ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୧୯ରେ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ମୃତ୍ୟୁ ପରେ ଧାମନଗର ଆସନ ଖାଲି ପଡ଼ିଛି । ନଭେମ୍ବର ୩ରେ ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ।