ରାଜ୍ୟରେ ଆଉ ୭୯ କୋରୋନା ପଜିଟିଭ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୭୯ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ୧୦୦ ଗତ ୨୪ ଘଣ୍ଟାରେ ୭୯ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୪୬ଓ ସ୍ଥାନୀୟ ଅଞ୍ଚଳରୁ ୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଜଣ ୧୮ ବର୍ଷରୁ କମ ବୟସ୍କ ଅଛନ୍ତି।

ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ରୁ ୧୦ , ବରଗଡ଼ରୁ ୨ , କଟକରୁ ୨ , ଗଞ୍ଜାମରୁ ୧, ଜଗତସିଂହପୁରରୁ ୩ , ଯାଜପୁରରୁ ୨ , ଝାରସୁଗୁଡ଼ାରୁ ୧ , କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୩ , କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୧, ପୁରୀରୁ ୪, ସମ୍ବଲପୁରରୁ ୧୮ , ସୁନ୍ଦରଗଡ଼ରୁ ୧୨ ଓ ଷ୍ଟେଟପୁଲରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ୫୯୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।