ରାଜ୍ୟରେ ଆଉ ୭୭ ନୂଆ କୋରୋନା ପଜିଟିଭ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୭୭ ନୂଆ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର – ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୭ଟି ଜିଲ୍ଲାରୁ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨, ବରଗଡ଼ରୁ ୧, ବଲାଙ୍ଗୀରରୁ ୧, କଟକରୁ ୮ , ଦେବଗଡ଼ରୁ ୧, ଜଗତସିଂହପୁରରୁ ୫, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭, କୋରାପୁଟରୁ ୨, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୪, ସମ୍ବଲପୁରରୁ ୯ , ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟପୁଲରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୨୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୩୮୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।