ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ | News Room Odisha

ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ

ଭୁବନେଶ୍ବର – ଆଜିଠୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢା ଆରମ୍ଭ ହୋଇଛି । ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ ମହାବିଦ୍ୟାଳୟରେ ଯୁକ୍ତି ତିନି ପ୍ରଥମ ବର୍ଷ ପିଲାଙ୍କ ପାଠପଢା ଆରମ୍ଭ ହୋଇଛି । କୋରୋନା ପ୍ରକୋପ କମିଥିବାରୁ ସମସ୍ତ ଶିକ୍ଷାନୁଷ୍ଠାନରେ ଫିଜିକାଲ ମୋଡରେ ପିଲାଙ୍କ ପାଠପଢା ଆରମ୍ଭ ହୋଇଛି ।

ପାଠପଢା ସହ ଯେଉଁ ଛାତ୍ରଛାତ୍ରୀମାନେ ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି ସେମାନଙ୍କ ପାଇଁ ସବୁ ପ୍ରକାର ସୁବିଧା କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ପ୍ରଥମ ବର୍ଷ ୟୁଜି ଆଡମିଶନ ଫି ସଂଗ୍ରହ କରିବାର ସମୟସୀମା ଓ ପିଜି ପାଇଁ ମଧ୍ୟ ଆଡ଼ମିଶନ ଫି ଦିଆଯାଇଥିବା ସମୟସୀମା ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।