ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ନେଇ କର୍ମଚାରୀ ମହାସଂଘକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି | News Room Odisha

ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ନେଇ କର୍ମଚାରୀ ମହାସଂଘକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ବର- ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ନେଇ ଖୁବ ଶୀଘ୍ର ସମାଧାନର ବାଟ ବାହାରିବ । ଏନେଇ ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି । ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଏହି ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି ।

ମହାସଂଘ ଦୀର୍ଘ ଦିନ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ସହ ବିଭିନ୍ନ ଦାବି ନେଇ ଆନ୍ଦୋଳନ କରୁଥିଲା । ପରେ ମୁଖ୍ୟମନ୍ତ୍ରୀଙ୍କ ସହ ସିଧାସଳଖ ଆଲୋଚନା କରିଛି ମହାସଂଘ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ଅଭିଯୋଗ ଶୁଣିବା ପରେ ଏକ ମାସ ଭିତରେ ଦାବି ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ମହାସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ ।