ପ୍ରାର୍ଥୀପତ୍ର ଦାଖଲ କଲେ ଅବନ୍ତୀ, ବିଜେଡିର ଶକ୍ତି ପ୍ରଦର୍ଶନ

ଭଦ୍ରକ – ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନରେ ବିଜେଡିର ଅବନ୍ତୀ ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଅବନ୍ତୀ ଆଜି ସକାଳେ ନିଜ ବାସଭବନରୁ ଦଳୀୟ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ତିହିଡ଼ିରୁ ଧାମନଗର ଓ ସେଠାରୁ ଭଦ୍ରକ ଆସିଥିଲେ।

ନେହେରୁ ଷ୍ଟାଡିୟମରୁ ଶୋଭାଯାତ୍ରାରେ ଆସି ଭଦ୍ରକ ସହର ପରିକ୍ରମା କରିଥିଲେ। ଏହି ଶୋଭାଯାତ୍ରାରେ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତ ରାୟ, ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ଅମର ଶତପଥୀ, ସାଂସଦ ସୁଲତା ଦେ, ସାଂସଦ ମୁନା ଖାନ, ସାଂସଦ ମଞ୍ଜୁଲତା ମଣ୍ଡଳ, ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ବ୍ୟୋମକେଶ ରାୟ, ବିଧାୟକ ସଞ୍ଜୀବ ମଲ୍ଲିକ, ବିଧାୟକ ବିଷ୍ଣୁ ବ୍ରତ ରାଉତରାୟ, ବିଧାୟକ ଅଶୋକ ବଳ, ବିଧାୟକ ସୁନନ୍ଦା ଦାସ, ବିଜେଡି ଜିଲ୍ଲା ସଭାପତି ଜଗନ୍ନାଥ ସ୍ୱାଇଁ, ଜିଲ୍ଲା ପରିଷଦ ସଭାପତି ପ୍ରଫୁଲ୍ଲ ଜେନା, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ପ୍ରମୁଖ ସାମିଲ ହୋଇଥିଲେ।

ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗ ହେବାରୁ ଧାମନଗରରେ ଉପନିର୍ବାଚନ ହେଉଛି। ଏହି ଆସନରେ ଆସନ୍ତାମାସ ୩ ତାରିଖରେ ଭୋଟ ନିଆଯିବ । ବିଜେପିର ସୂରଜ ସୂର୍ଯ୍ୟବଂଶୀ ଓ କଂଗ୍ରେସର ବାବା ହରେକୃଷ୍ଣ ସେଠୀଙ୍କ ସହ ପ୍ରତିଦ୍ୱନ୍ଦିତା କରିବେ ଅବନ୍ତୀ ।

Comments are closed.