ଧାମନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ଯାଞ୍ଚ, ୧୭ ତାରିଖ ପ୍ରତ୍ୟାହାରର ଶେଷ ଦିନ

ଭଦ୍ରକ – ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ଗତକାଲି ପ୍ରାର୍ଥିପତ୍ର ପତ୍ର ଦାଖଲର ଶେଷ ଦିନ ସୁଦ୍ଧା ୬ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରଥମେ ୧୧ ତାରିଖରେ ବିଜେପି ପକ୍ଷରୁ ଦିବଂଗତ ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ନାମାଙ୍କନ ଦାଖଲ କରିଥିଲେ। ୧୩ ତାରିଖରେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ନାମାଙ୍କନ ଦାଖଲର ଶେଷ ଦିନରେ ଗତକାଲି ବିଜେଡିର ଅବନ୍ତୀ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ବିଷ୍ଣୁ ସେଠୀଙ୍କ ପୁତୁରା ଶୁଭନାରାୟଣ ସେଠୀ ଓ ପବିତ୍ରମୋହନ ଦାସ ମଧ୍ୟ ସ୍ୱାଧିନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୧୭ ତାରିଖ ହେଉଛି ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ଦିନ ।

Comments are closed.