କାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ, ଫୋକସରେ ଅଧିକ ଜାପାନୀ ପୁଞ୍ଜିନିବେଶ

ଭୁବନେଶ୍ବର – କାଲିଠାରୁ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜାପାନ ଗସ୍ତ ।ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ ।

ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟବସାୟିକ ବୈଠକରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଓଡ଼ିଶାରେ ଜାପାନର ବଡ଼ ବଡ଼ କମ୍ପାନୀ କିପରି ପୁଞ୍ଜିନିବେଶ କରିବେ ସେ ନେଇ ଗୁରୁତ୍ବ ଦିଆଯିବ । ବିଶେଷ କରି ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି କ୍ଷେତ୍ରକୁ ଫୋକସ କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ ଓଡ଼ିଶାକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜି ଆଣିବାକୁ ନିବେଶକାରୀଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

ନୂଆ ଶିଳ୍ପନୀତି ଓ ଶିଳ୍ପାୟନ ପାଇଁ ରାଜ୍ୟ ସରକାର ଯୋଗାଇଥିବା ଓ୍ବାନ ପ୍ଲସ ସୁବିଧା ସମ୍ପର୍କରେ ନିବେଶକାରୀଙ୍କୁ ବୁଝାଇବେ ମୁଖ୍ୟମନ୍ତ୍ରୀ । ଏବେ ଜାପାନର ୫୨ଟି କମ୍ପାନୀ ରାଜ୍ୟର ବିଭିନ୍ନ ସେକ୍ଟରରେ ବାଣିଜ୍ୟ କାରବାର କରୁଛନ୍ତି । ଆଗକୁ ଏହି ଧାରା ଅଧିକ ତ୍ବରାନ୍ବିତ ହେବ ବୋଲି ରାଜ୍ୟ ସରକାର ଆଶା ରହିଛନ୍ତି।

Comments are closed.