ପୂର୍ବଶତ୍ରୁତାରୁ ମରଣାନ୍ତକ ଆକ୍ରମଣ, ମୁଣ୍ଡ ଓ ପିଠିରେ ବାଜିଛି ୨ଟି ଗୁଳି | News Room Odisha

ପୂର୍ବଶତ୍ରୁତାରୁ ମରଣାନ୍ତକ ଆକ୍ରମଣ, ମୁଣ୍ଡ ଓ ପିଠିରେ ବାଜିଛି ୨ଟି ଗୁଳି

ସୁବର୍ଣ୍ଣପୁର ୧୭।୧୦ : ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ରୁଗୁଡ଼ପାଲି ଗାଁରେ ଘଟିଛି ଏପରି ଘଟଣା । ବୀରମହାରାଜପୁର ପୋଲିସର ତଦନ୍ତ ଆରମ୍ଭ ।

ଖବର ଅନୁଯାୟୀ,ଗତ ବିଳମ୍ବିତ ରାତିରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବା ବେଳେ ବାଘରତୈଲା ଗାଁର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି ଚଳାଇଥିଲେ । ପଞ୍ଚାନନଙ୍କ ମୁଣ୍ଡ ଓ ପିଠିରେ ୨ଟି ଗୁଳି ରହିଯାଇଥିଲା । ଯାହାଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଦେହରୁ ୨ଟି ଗୁଳି କଢାଯାଇଥିଲା । କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ବଡ ମେଡିକାଲକୁ ସ୍ତାନାନ୍ତର କରାଯାଇଛି । ବୀରମହାରାଜପୁର ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଜାରି ରଖିଛି ।