ଭୁବନେଶ୍ୱର – ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ। ୪୮ ଘଣ୍ଟା ଭିତରେ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ । ଅବପାତ ସୃଷ୍ଟି ହେବା ନେଇ ପାଗ ଅନୁକୂଳ ରହିଛି। ବାତ୍ୟା ହେବ କି ନାହିଁ ୨୦ତାରିଖ ବେଳକୁ ଚିତ୍ର ସ୍ପଷ୍ଟ ହେବ । ତେବେ ଓଡ଼ିଶାକୁ ବଡ ବର୍ଷା ଆସୁଛି । ଏଥିରେ ଉପକୂଳ, ଦକ୍ଷିଣ, ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଅଧିକାଂଶ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ରହିଛି ।