ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ତତ୍ପରତା | News Room Odisha

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ତତ୍ପରତା

ଭୁବନେଶ୍ୱର – ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୩ରୁ ୨୫ ପର୍ଯ୍ୟନ୍ତ ସରକାରୀ କର୍ମଚାରୀଙ୍କୁ ହେଡକ୍ୱାର୍ଟର ଛାଡ଼ିବା ପାଇଁ ମନା କରାଯାଇଛି । ଏଣେ ଅପରାହ୍ନ ୪ଟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ବାତ୍ୟା ସମ୍ପର୍କିତ ବୈଠକ ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ରିଲିଫ କମିସନରଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ହେବ। ଏଥିରେ ମୋଟ ୭ଟି ଜିଲ୍ଲାର ଜିଲ୍ଲାପାଳ ସାମିଲ ହେବେ। ତେଣେ ବାତ୍ୟା ପାଇଁ ସରକାର ପ୍ରସ୍ତୁତ ଥିବା ରାଜସ୍ୱ ମନ୍ତ୍ରୀ କହିଛନ୍ତି।

ସେପଟେ ବାତ୍ୟା ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଛି ପାଣିପାଗ ବିଭାଗ । ସମୁଦ୍ର ଅଶାନ୍ତ ରହିବାର ଥିବାରୁ ୨୨ ତାରିଖଠାରୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।