ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା , ଆଜି ସଂଧ୍ୟାରେ ସିଏସଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର – ସମ୍ଭାବ୍ୟ ବାତ୍ୟାର ମୁକାବିଲା ପ୍ରସ୍ତୁତି ସଂପର୍କରେ ଆଲୋଚନା ପାଇଁ ଆଜି ସନ୍ଧ୍ୟାରେ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆଜି ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏହି ବୈଠକରେ ବାତ୍ୟା ମୁକାବିଲା ନେଇ ଆଲୋଚନା ହେବ । ଏଥିରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ସ୍ୱତନ୍ତ୍ର ରିଲିଫ୍ କମିଶନର ଓ ପ୍ରଭାବିତ ହେବାକୁ ଜିଲ୍ଲାର ଜିଲ୍ଲାପାଳମାନେ ମଧ୍ୟ ଉପସ୍ଥିତ ରହିବେ ।

ସେପଟେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଛନ୍ତି ବିଭାଗୀୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି । ୭ଟି ଜିଲ୍ଲାର ଜିଲ୍ଲପାଳଙ୍କୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଔଷଧ, ପିଇବା ପାଣି, ଡଙ୍ଗା ଆବଶ୍ୟକ ମୁତାବକ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ, କଲେଜ, ସ୍କୁଲ ଓ କଲ୍ୟାଣ ମଣ୍ଡପ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି।

Comments are closed.