ଭୁବନେଶ୍ୱର – ସମ୍ଭାବ୍ୟ ବାତ୍ୟା ସିତ୍ରାଙ୍ଗ ପରିପ୍ରେକ୍ଷୀରେ ସୁରକ୍ଷା ଦୃଷ୍ଟିରୁ ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ଏବଂ ଚିଲିକାକୁ ଡଙ୍ଗାନେଇ ମାଛ ଧରିବାକୁ ଯିବା ପାଇଁ ନିଷେଧ କରାଯାଇଛି। ମତ୍ସ୍ୟଜୀବୀମାନଙ୍କ ଧନଜୀବନର ସୁରକ୍ଷା ପାଇଁ ରାଜ୍ୟର ସମଗ୍ର ଉପକୂଳରେ ଏବଂ ଚିଲିକା ହ୍ରଦରେ ଯନ୍ତ୍ରଚାଳିତ ତଥା ମୋଟରଚାଳିତ ଡଙ୍ଗା ଏବଂ ଦେଶୀ ଡଙ୍ଗା ନେଇ ମାଛ ଧରିବା ପାଇଁ ବାରଣ କରାଯାଇଛି । କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଏହି ସୂଚନା ଦେଇଛନ୍ତି । ମତ୍ସ୍ୟଜୀବୀମାନଙ୍କୁ ମାଛ ଧରିବା ପାଇଁ ସମୁଦ୍ର ଓ ଚିଲିକାକୁ ନଯିବାକୁ ବାରଣ କରାଯାଇଛି । ସମ୍ଭାବ୍ୟ ବାତ୍ୟା ଯୋଗୁଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ମତ୍ସ୍ୟ ଅଧିକାରୀମାନଙ୍କୁ ଏ ଦିଗରେ ସମସ୍ତ ପ୍ରକାର ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମତ୍ସ୍ୟ ଓ ପଶୁପାଳନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
Comments are closed.