ଅର୍ଚ୍ଚନା ନାଗ ବ୍ଲାକମେଲ ଘଟଣାରେ ତଦନ୍ତ କରିପାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ | News Room Odisha

ଅର୍ଚ୍ଚନା ନାଗ ବ୍ଲାକମେଲ ଘଟଣାରେ ତଦନ୍ତ କରିପାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ଭୁବନେଶ୍ବର – ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲ ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ- ଇଡି ବି ତଦନ୍ତ କରିପାରେ ବୋଲି ସୂଚନା ମିଳିଛି। ଏହି ଘଟଣାରେ ବେଆଇନ୍‌ ଆର୍ଥିକ କାରବାର ନେଇ ଇଡି ତଦନ୍ତ କରିପାରେ। ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପୋଲିସକୁ ଏଫ୍‌ଆଇଆର କପି ମାଗିଥିବା ଜଣାପଡ଼ିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଆର୍ଥିକ କାରବାର ନେଇ ଖୋଳତାଡ କରିବ। ଉଭୟ ସ୍ବାମୀ ଓ ସ୍ତ୍ରୀ ଏବେ ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି। ଗତ ୭ ତାରିଖରେ ଅର୍ଚ୍ଚନା ଗିରଫ ହେବାର ୧୫ ଦିନ ପରେ ସ୍ୱାମୀ ଜଗବନ୍ଧୁଙ୍କୁ ଗିରଫ କରିଥିଲା ପୋଲିସ।

ଗତ ୨୧ ତାରିଖରେ ଜଗବନ୍ଧୁ ଚାନ୍ଦ ଗିରଫ ହୋଇ ଝାରପଡ଼ା ଜେଲ୍‌ ଯିବା ପରେ ଡିସିପି ପ୍ରତୀକ ସିଂ ଗଣମାଧ୍ୟମ କୁ କହିଥିଲେ ଯେ, ଅର୍ଚ୍ଚନାର ଅପରାଧିକ ଷଡଯନ୍ତ୍ରରେ ଜଗବନ୍ଧୁ ସାମିଲ ଥିଲେ। ଫଟୋ, ଭଡ଼ିଓ ଭାଇରଲ ସହ ବ୍ଲାକମେଲର ଜଗବନ୍ଧୁର ସମ୍ପର୍କ ରହିଛି। ୪ଟି ମୋବାଇଲ ଫୋନ୍‌, ଲାପଟପ ଓ ଡାଏରି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି।