ଓଡ଼ିଶାରେ ଆଂଶିକ ସୂର୍ଯ୍ୟୋପରାଗ ଦୃଶ୍ୟମାନ ଆରମ୍ଭ

ଭୁବନେଶ୍ବର -ବର୍ଷର ଶେଷ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଯାଇଛି। ଏହି ଆଂଶିକ ସୂର୍ଯ୍ୟୋପରାଗ ଭାରତରେ ୪ଟା ୨୯ ମିନିଟରୁ ଦେଖାଯାଇଛି। ଓଡ଼ିଶାରେ କେତୁଗ୍ରସ୍ତ ଖଣ୍ଡଗ୍ରାସ ବା ଆଂଶିକ ସୂର୍ଯ୍ୟୋପରାଗ ଅପରାହ୍ନ ୪.୫୬ ମିନିଟ ୫୨ ସେକେଣ୍ଡରେ ସ୍ପର୍ଶ କରିଛି। ଏହା ସନ୍ଧ୍ୟା ୬ଟା ୨୬ ମିନିଟ ୫୨ ସେକେଣ୍ଡରେ ମୋକ୍ଷପ୍ରାପ୍ତି ହେବ।

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଣ ବା ପରାଗକୁ ଅଶୁଭ ଘଟଣାରେ ଗଣତି କରାଯାଇଥାଏ। ଏହି କାରଣରୁ ଗ୍ରହଣ ସମୟରେ ଶୁଭ କାର୍ଯ୍ୟ ଓ ପୂଜାପାଠ ମନା ହୋଇଥାଏ। ଭାରତରେ ସୂର୍ଯ୍ୟୋପରାଗ ଅପରାହ୍ନ ପାଖାପାଖି ୪ଟା ୨୯ ମିନିଟରେ ଆରମ୍ଭ ହୋଇଛି।

ତେବେ ୧୨ ଘଣ୍ଟା ପୂର୍ବରୁ ପାକତ୍ୟାଗ ସହ ଦେବନୀତି ନିଷେଧ କରାଯାଇଛି। ତେବେ ସର୍ବ ମୋକ୍ଷ ପରେ ଦୈନନ୍ଦିନ ନୀତି ଆରମ୍ଭ ହେବ। କିନ୍ତୁ କାଲି ସୂର୍ଯ୍ୟୋଦୟ ପରେ ଦେବନୀତି ଆରମ୍ଭ ହେବ। କାର୍ତ୍ତିକ ବ୍ରତ ଚାଲିଥିବାରୁ ପୁରୀ ଶ୍ରୀମନ୍ଦିରରେ ନୀତିକାନ୍ତିରେ ପରିବର୍ତ୍ତନ କରାଯାଇଛି। ତେବେ ଏହି ସୂର୍ଯ୍ୟ ପରାଗ ଦେଖିବା ପାଇଁ ମେଷ, ବୃଷ, ମିଥୁନ, ସିଂହ, କନ୍ୟା, ତୁଳା, ମକର, କୁମ୍ଭ ରାଶିର ବ୍ୟକ୍ତିମାନେ ଦେଖିପାରିବେ। ସେମାନଙ୍କ ଚନ୍ଦ୍ର ଶୁଦ୍ଧି ଥିବାରୁ ଏହା ଦେଖିବା ସେମାନଙ୍କ ପାଇଁ ଶୁଭପ୍ରଦ ହେବ ବୋଲି ଜ୍ୟୋତିଷ ବିଷାରଦମାନେ ପ୍ରକାଶ କରିଛନ୍ତି।

Comments are closed.