ଆଜିଠୁ ଓଡିଶା ଟ୍ରାଭେଲ ବଜାରର ଚତୁର୍ଥ ସଂସ୍କରଣ, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ | News Room Odisha

ଆଜିଠୁ ଓଡିଶା ଟ୍ରାଭେଲ ବଜାରର ଚତୁର୍ଥ ସଂସ୍କରଣ, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ଆଜି ଭୁବନେଶ୍ବରରେ ଆରମ୍ଭ ହେବ ତିନି ଦିନିଆ ଓଡିଶା ଟ୍ରାଭେଲ ବଜାରର ଚତୁର୍ଥ ସଂସ୍କରଣ । ଓଡ଼ିଶାକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲକ୍ଷ୍ୟରେ ଆୟୋଜିତ ହେଉଛି ଓଡ଼ିଶା ଟ୍ରାଭେଲ୍ ବଜାର । ମୁଖ୍ୟମନ୍ତ୍ରୀ ଏହାକୁ ଉଦଘାଟନ କରିବେ । ଟ୍ରାଭେଲ ବଜାରରେ ଘରୋଇ ଓ ବିଦେଶୀ ଟୁର ଅପରେଟରମାନେ ଯୋଗ ଦେବେ । ଫିକିର ପର୍ଯ୍ୟଟନ ଓ ଆତିଥେୟତା କମିଟି ଓ ଓଡିଶା ପର୍ଯ୍ୟଟନ ବିଭାଗ ମିଳିତ ଭାବରେ ଏହାକୁ ଆଯୋଜନ କରୁଛନ୍ତି ।

ଓଡ଼ିଶା ହେଉଛି ପ୍ରାକୃତିକ ସମ୍ବଳର ଗନ୍ତାଘର । ଓଡିଶାରେ ୪୮୨ କିମି ବ୍ୟାପୀ ଲମ୍ବା ବେଳାଭୂମି, ୧୯ ବନ୍ୟଜନ୍ତୁ ଅଭୟାରଣ୍ୟ ସହିତ ଆମର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ନେଇ ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଓଡ଼ିଶା ପାଖରେ ପୂର୍ଣ୍ଣ ସମ୍ଭାବନା ରହିଛି । ସେହି ସମ୍ଭାବନା ବିଷୟରେ ଦେଶ ଭିତରର ଓ ବିଦେଶର ଟୁର ଅପରେଟରମାନଙ୍କୁ ଜଣାଇବା ଲାଗି ତିନି ଦିନିଆ ଓଡ଼ିଶା ଟ୍ରାଭେଲ ବଜାର ଆୟୋଜନ କରାଯାଉଛି ।

ଚତୁର୍ଥ ଓଡ଼ିଶା ଟ୍ରାଭେଲ୍ ବଜାରରେ ୨୫ଟି ବିଦେଶୀ ଏବଂ ଭାରତର ୮୩ ଟୁର ଅପରେଟର ଅଂଶଗ୍ରହଣ କରିବେ । ଟୁର ଅପରେଟରଙ୍କୁ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପରିଦର୍ଶନରେ ନିଆଯିବ । ନିବେଶକ ଓ ଏୟାରଲାଇନ୍ସମାନଙ୍କ ସହ ବୈଠକ ମଧ୍ୟ ଆୟୋଜନ କରାଯିବ ।