ଆଜିଠୁ ଆଉ ତିନିଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍ , ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭ

ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ସେବା ଆଜି ଆଉ ତିନିଟି ଜିଲ୍ଲାକୁ ସଂପ୍ରସାରିତ ହେବ । ଅନୁଗୁଳ, ଢେଙ୍କାନାଳ ଓ ଦେବଗଡ ଜିଲ୍ଲାରେ ଆଜି ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗାଁ ରୁ ସହରକୁ ସୁଗମ ଓ ସୁଲଭ ବସ୍ ସେବା ଯୋଗାଇଦେବା ପାଇଁ ଗତବର୍ଷ ରାଜ୍ୟ ସରକାର ମହତ୍ତ୍ଵାକାଂକ୍ଷୀ ଲକ୍ଷ୍ମୀ ( ଲୋକେସନ ଆକସେସିବଲ୍ ମଲ୍ଟି ମୋଡାଲ୍ ଇନିସିଏଟିଭ ) ବସ୍ ସେବା ଯୋଜନାର ଶୁଭାରମ୍ଭ କରିଥିଲେ । ପ୍ରଥମେ ଗତବର୍ଷ ମାଲକାନଗିରି ଜିଲ୍ଲାରେ ଗଡିଥିଲା ଲକ୍ଷ୍ମୀ ବସ୍ । ପରେ ଗଜପତି, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁରରେ ଏହି ବସ୍ ସେବା ଆରମ୍ଭ ହୋଇଥିଲା ।

ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ ବସ୍ ସେବା । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଯାହାକି ଓଡ଼ିଶାର ବିକାଶକୁ ଆହୁରି ଉଜ୍ବଳ କରିବ ରାଜ୍ୟ ସରକାର କହିଛନ୍ତି।

Comments are closed.