ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ହେଉଛି ଭାରତର ଲୈ।ହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ। ଏହି ଅବସରରେ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତକୁ ଏକ ଶକ୍ତିଶାଳୀ ଓ ପ୍ରଗତିଶୀଳ ଦେଶରେ ପରିଣତ ପାଇଁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ନେତୃତ୍ବ ଓ ଦେଶ ନିର୍ମାଣରେ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।