କାର୍ତ୍ତିକ ମାସ ଶୁକ୍ଲ ପକ୍ଷ ଚତୁର୍ଦ୍ଦଶୀ ତଥା ବୈକୁଣ୍ଠ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିର ରେ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଥାଏ । ଠାକୁରମାନେ ଶ୍ରୀମନ୍ଦିର ରତ୍ନ ସିଂହାସନରେ ଏହି ବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ଶ୍ରୀଜୀଉଙ୍କ ଏହି ବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଲାଗେ। ଶ୍ରୀଜୀଉଙ୍କର ଅବକାଶ ନୀତି ପରେ ବେଶ ଅନୁଷ୍ଠିତ ହୁଏ।ଏହି ଲକ୍ଷ୍ମୀନୃସିଂହ ବେଶରେ ସୁନାକିଆ ଡାଳି ଭଳି ଖଞ୍ଜା ଯାଇଥିବାରୁ ଏହାକୁ ଡାଳିକିଆ ବେଶ ମଧ୍ୟ କୁହାଯାଇଥାଏ ।
ଲକ୍ଷ୍ମୀନୃସିଂହ ବେଶରେ ଠାକୁରମାନେ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର, କିରୀଟ, କୁଣ୍ଡଳ, ଚନ୍ଦ୍ରିକା ଆଦି ଧାରଣ କରିଥିଲେ। ବଡଠାକୁର ସୁବର୍ଣ୍ଣର ହଳମୂଷଳ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥ ରୁପାର ଶଙ୍ଖ ଓ ସୁବର୍ଣ୍ଣଚକ୍ର ଧାରଣ କରିଥିଲେ ରତ୍ନଭଣ୍ଡାର ରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁମାନଙ୍କୁ ସଜାଇଥାନ୍ତି ସେବାୟତ। ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକ ରେ ଲଗାଯାଏ । ଏହି ଡାଳ ମଝିମଝିରେ ଠିଆ ପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ । ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୁପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ । ତାହା ମଧ୍ୟରେ ସୁବର୍ଣ୍ଣ କିଆ ଖୋସାଯାଏ । ଶ୍ରୀମୁଖରେ ଦିଆଯାଇଥିବା ଗୋଟିଏ ଗୋଟିଏ ବଳା ସମଗ୍ର ବେଶକୁ ଧରି ରଖିଥାଏ । ଏହି ବେଶରେ ମାଳି, ପଦକମାଳି ଓ ତାବିଜ ମାଳି ଲଗାଯାଏ । ଶ୍ରୀଭୁଜ ଓ ଶ୍ରୀପୟର ମଧ୍ୟ ଲାଗେ । ଆୟୁଧ, ଶଙ୍ଖ, ଚକ୍ର, ହଳ, ମୂଷଳ ମଧ୍ୟ ଲାଗି କରାଯାଏ। ତେବେ ତିନି ଠାକୁର ଅନ୍ୟ ବେଶପରି ସୁବର୍ଣ୍ଣ ଅଳଙ୍କାର ମଧ୍ୟ ଧାରଣ କରିଥାନ୍ତି ।
ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀରେ ଭକ୍ତମାନେ ଏହି ଦେବ ଦୁର୍ଲଭ ବେଶ ଦର୍ଶନ କରି ନିଜକୁ କୃତାର୍ଥ ମନେ କରିଥାନ୍ତି। ପଂଚୁକର ପାରମ୍ପରିକ ବେଶ ଶେଷ ହୋଇ ଆସନ୍ତା କାଲି ପୂର୍ଣ୍ଣିମା ତିଥିରେ ଶ୍ରୀଜୀଉ ମାନେ ସୁନା ବେଶରେ ଦର୍ଶନ ଦେବେ।
Comments are closed.