ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର -ଧାମନଗର ଉପନିର୍ବାଚନରେ ବିଜୟୀ ହୋଇଥିବା ସୂର୍ଯ୍ୟବଂଶୀ ସୂରଜ ଆଜି ବିଧାୟକ ଭାବେ ଶପଥ ନେଇଛନ୍ତି। ବିଧାନସଭାରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥପାଠ କରାଇଛନ୍ତି। ଶପଥପାଠ ସମୟରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ,ବବିଜେପି ନେତା ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।ସୂର୍ଯ୍ୟବଂଶୀ ସୂରଜ ହେଉଛନ୍ତି ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ। ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଧାମନଗରରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେପି ଟିକେଟରେ ଲଢ଼ିଥିବା ସୂର୍ଯ୍ୟବଂଶୀ ସୂରଜ ବିଜୟୀ ହୋଇଥିଲା ।

Comments are closed.