ଭୁବନେଶ୍ୱର – ଆଜି ମାର୍ଗଶିର ମାସ ପ୍ରଥମ ଗୁରୁବାର । ଆଜିର ଦିନକୁ ସାରା ରାଜ୍ୟରେ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ମାଣ୍ଡିଆ ଦିବସ ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ ଖାଦ୍ୟରେ ପୁଷ୍ଟିକର ଓ ଜଳବାୟୁ ଉପଯୋଗୀ ମିଲେଟକୁ ସାମିଲ କରିବା ଏବଂ ଖାଦ୍ୟ ବ୍ୟବସ୍ଥାରେ ସ୍ୱତନ୍ତ୍ର ସ୍ଥାନ ଦେଇ ଏକ ସୁସ୍ଥ ସମାଜ ସହ ଚାଷୀଙ୍କ କଲ୍ୟାଣ ଓ ଚିରସ୍ଥାୟୀ ପୃଥିବୀ ଗଠନ ଦିଗରେ ଆଗକୁ ବଢ଼ିବାକୁ ସଂକଳ୍ପ ନେବା ପାଇଁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।