ପଦ୍ମପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ବରଗଡ଼ – ପଦ୍ମପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଡିସେମ୍ବର ୫ ତାରିଖରେ ଏହି ଆସନରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ । ନଭେମ୍ବର ୧୭ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ୧୮ ତାରିଖରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ। ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ପରେ ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜେଡି ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେଉଛି ।

Comments are closed.