ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ବର – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛି । ଆଜି ଏକ ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର୍ ଗଣେଶୀଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ । ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅର୍ନର ପ୍ରଦାନ କରାଯାଇଛି।

ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ପୁରୀ ଯିବେ ରାଷ୍ଟ୍ରପତି । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ କାର୍କେଡ୍ ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିର ଯିବେ ରାଷ୍ଟ୍ରପତି। ଶ୍ରୀମନ୍ଦିରରେ ପାଖାପାଖି ଏକ ଘଣ୍ଟା ରହିବେ। ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ସିଂହଦ୍ବାରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଏବଂ ସେଠାରୁ ସିଧା ରାଜଭବନ ବାହାରିବେ। ୧୨ଟାରେ ରାଜଭବନରେ ସେ ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତି ଅପରାହ୍ଣରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ।

Comments are closed.