ରାଜ୍ୟରେ ଅନେକ ସ୍ଥାନରେ ରାତି ତାପମାତ୍ରା ‌‌ହ୍ରାସ

ଭୁବନେଶ୍ୱର – ରାଜ୍ୟରେ ଧୀରେ ଧୀରେ ବଢ଼ିବାରେ ଲାଗିଛି ଶୀତ । ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିଛି । ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ଅନୁଭୂତ ହେଉଥିବା ବେଳେ କନ୍ଧମାଳ ଜିଲ୍ଲାରେ ତାମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି । ପାଣିାପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟର ତାପମାତ୍ରା ହ୍ରାସ ଯୋଗୁଁ ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ଯାଏଁ କମ ରହିବାର ସମ୍ଭାବନା ରହିଛି । ଏହି ସବୁ ସ୍ଥାନରେ ଅଧିକ ମାତ୍ରାରେ ଶୀତ ଅନୁଭୂତ ହେବ ବୋଲି କେନ୍ଦ୍ର କହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୧୪ ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳେ ରହିଥିଲା । ପାହାଡ଼ିଆ ଅଞ୍ଚଳ ମଧ୍ୟରେ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୬ ଡିଗ୍ରୀ ରେକର୍ଡ କରାଯାଇଛି । ଫୁଲବାଣୀ ରେ ୧୧.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କଟକ ଓ ଭୁବନେଶ୍ୱରରେ ପାରଦ ୧୭ ଡିଗ୍ରୀ ଛୁଇଁଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ମଧ୍ୟରେ ତାମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

Comments are closed.