୨୧ ତାରିଖ ବେଳକୁ କିଛି ଜିଲ୍ଲାରେ ଲଘୁଚାପ ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟରେ ଧୀରେ ଧୀରେ ପାରଦ ଖସୁଥିବା ବେଳେ ଶୀତ ବଢ଼ିବାରେ ଲାଗିଛି । ଏଣେ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ରାଜ୍ୟରେ ବର୍ଷା ଆରମ୍ଭ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଆସନ୍ତକାଲି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତର ରୂପନେବ। ଏହାସହ ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳମୁହାଁ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ୨୧ ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷା ହୋଇପାରେ।

Comments are closed.