ଆଜି ଇଡିରେ ହାଜର ହେଲେ ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି 

ଭୁବନେଶ୍ୱର – ସିନେ ପ୍ରଯୋଜକ ଅକ୍ଷୟ ପରିଜା ଓ ବ୍ୟବସାୟୀ ଅମୀୟକାନ୍ତ ଦାସଙ୍କୁ ଗତକାଲି ମାରାଥନ ଜେରା ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ- ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଅର୍ଚ୍ଚନା ନାଗଙ୍କ ଅନ୍ୟତମ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା । ଇଡି ପକ୍ଷରୁ ବାରମ୍ବାର ସମନ କରାଯିବା ପରେ ଆଜି ସକାଳୁ ଏହାର କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଶ୍ରଦ୍ଧାଞ୍ଜଳି । ଏଥିସହ ଆଜି ପୁଣି ଥରେ ଅକ୍ଷୟ ପରିଜା ହାଜର ହେବେ ବୋଲି ଜଣାପଡ଼ିଥିବା ବେଳେ ଉଭୟଙ୍କର ମୁହାଁମୁହିଁ ଜେରା ହୋଇପାରେ ବୋଲି ବି ଶୁଣିବାକୁ ମିଳୁଛି।

ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ କରିଥିବା ଅଭିଯୋଗରେ ଅର୍ଚ୍ଚନା ନାଗ ଓ ଶ୍ରଦ୍ଧାଞ୍ଜଳିଙ୍କ ନାମ ଉଲ୍ଲେଖ କରିଥିଲେ। ଉଭୟ ତାଙ୍କୁ ଟଙ୍କା ମାଗିବା ସହ ବ୍ଲାକମେଲ୍‌ କରୁଥିବା ସେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ଶ୍ରଦ୍ଧାଞ୍ଜଳି ନିଜେ ଖଣ୍ଡଗିରି ଥାନାରେ ଏକ ଅଭିଯୋଗ କରି ଜଗବନ୍ଧୁ ଓ ତାଙ୍କ ବିଜନେସ ପାର୍ଟନର ଖଗେଶ୍ୱରଙ୍କ ନାମରେ ଅଭିଯୋଗ କରିଥିଲେ। ତେଣୁ ଗୋଟିଏରେ ସେ ଅଭିଯୁକ୍ତ ହୋଇଥିବା ବେଳେ ଅନ୍ୟଟିରେ ସେ ଅଭିଯୋଗକାରୀ ହୋଇଛନ୍ତି।

Comments are closed.