ଜୟନ୍ତୀରେ ଲୋକସଭାର ପୂର୍ବତନ ବାଚସ୍ପତି ରବି ରାୟଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ | News Room Odisha

ଜୟନ୍ତୀରେ ଲୋକସଭାର ପୂର୍ବତନ ବାଚସ୍ପତି ରବି ରାୟଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଲୋକସଭାର ପ୍ରଥମ ଓଡ଼ିଆ ବାଚସ୍ପତି ରବି ରାୟଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱର୍ଗତ ରବି ରାୟ ଜଣେ ସୁଦକ୍ଷ ରାଜନେତା ସହ ଗାନ୍ଧିଜୀଙ୍କ ନୀତିଆଦର୍ଶର ପ୍ରସାର, ସାହିତ୍ୟ ଏବଂ ସମାଜସେବା କ୍ଷେତ୍ରରେ ତାଙ୍କ ବହୁମୂଲ୍ୟ ଅବଦାନ ସର୍ବଦା ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇ କହିଛନ୍ତି।