ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଆକାଶବାଣୀଠୁ ଆରମ୍ଭ କରି ମଞ୍ଚ ତଥା ଚଳଚ୍ଚିତ୍ରରେ ଝରଣା ଦାସଙ୍କ ପ୍ରଭାବଶାଳୀ ଅଭିନୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.