ବ୍ରହ୍ମପୁର: କାର୍ ଧକ୍କାରେ ବାଇକ୍ ଆରୋହୀ ମୃତ

ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ପାଣିଗ୍ରାହୀପେଣ୍ଠ ଛକ ଠାରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ପଛକୁ ଏକ ଦ୍ରୁତଗାମୀ କାର୍ ଧକ୍କା ଦେବାରୁ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭୁବନେଶ୍ୱର ଚନ୍ଦ୍ରଶେଖରପୁରର ରଶ୍ମି ରଞ୍ଜନ ମଲ୍ଲିକ। ଗୁରୁତର ରଶ୍ମି ରଞ୍ଜନଙ୍କୁ ସ୍ଥାନୀୟ ଲୋକେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।

Comments are closed.