ନବରଙ୍ଗପୁର ଜିଲ୍ଲାରେ ସଡ଼କ ଦୁର୍ଘଟଣା, ୩ ମୃତ | News Room Odisha

ନବରଙ୍ଗପୁର ଜିଲ୍ଲାରେ ସଡ଼କ ଦୁର୍ଘଟଣା, ୩ ମୃତ

ଉମରକୋଟ -ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ସରାଗୁଡା ନିକଟରେ ଆଜି ଘଟିଥିବା ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଉମରକୋଟରୁ ନବରଙ୍ଗପୁର ଯାଉଥିବା ଏକ କାର ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଘଟଣାସ୍ଥଳରେ ହିଁ କାରରେ ଥିବା ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ କୋରାପୁଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।