ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀଙ୍କ ବିରୋଧରେ ଭିଜିଲାନ୍ସ ଚଢ଼ାଉ

ଖୋର୍ଦ୍ଧା- ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ମାନସ ରଞ୍ଜନ ଦାସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କ ବିରୋଧରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆଜି ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଭିଜିଲାନ୍ସ ଇନ୍ସପେକ୍ଟର ମମିତା ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍ କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟରେ ରେଡ୍‌ କରୁଛି । କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଓ ଅନ୍ୟ ଫାଇଲ ମଧ୍ୟ ଯାଞ୍ଚ କରୁଛି ଟିମ୍ ।

Comments are closed.