ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର – ରାଜ୍ୟ ସରକାର ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ୍ ସରିତା ଧନୱରଙ୍କୁ ରାଜ୍ୟ ଯୋଗାଣ ନିଗମର ଜେନେରାଲ ମ୍ୟାନେଜର ଭାବେ ନିଯୁକ୍ତି ମିଳିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ୍ ସୁଧାକର ଶବରଙ୍କୁ ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍ କର୍ପୋରେସନର ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଛି । ପୂର୍ବରୁ ଶବର ରାଜ୍ୟ ଯୋଗାଣ ନିଗମର ଜେନେରାଲ ମ୍ୟାନେଜର ଥିଲେ । ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍ କର୍ପୋରେସନର ଜେନେରାଲ ମ୍ୟାନେଜର ଥିବା ସରିତା ଧନୱରଙ୍କୁ ଯୋଗାଣ ନିଗମର ଜେନେରାଲ ମ୍ୟାନେଜର ଭାବେ ବଦଳି କରାଯାଇଛି।

ଓଡ଼ିଶା କ୍ଷୁଦ୍ର ଖଣିଜ ନିର୍ଦ୍ଦେଶାଳୟର ଯୁଗ୍ମ ପ୍ରଶାସନିକ ଅଧିକାରୀ ଦେବାଶିଷ ପଟ୍ଟନାୟକଙ୍କୁ ଖଣି ଓ ଭୂତତ୍ତ୍ୱ ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ, ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣର ସଚିବ ସମ୍ବିତ କୁମାର ରାଉତଙ୍କୁ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି । ରାଉତ ଅତିରିକ୍ତ ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ।
ବ୍ରହ୍ମପୁର ମହାନଗରର ଅତିରିକ୍ତ କମିଶନର ନୀଳମାଧବ ଭୋଇଙ୍କୁ ଗଞ୍ଜାମ ଡିୟୁଡିଏର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ମହିଳା ଓ ଶିଶୁବିକାଶ ବିଭାଗର ଯୁଗ୍ମ ସଚିବ କଲ୍ୟାଣୀ ପଟ୍ଟନାୟକଙ୍କୁ ହସ୍ତତନ୍ତ ଓ ବୟନ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ହୋଇଛି । ସେ ଭୁବନେଶ୍ୱର ଉତ୍କଳିକାର ମ୍ୟାନେଜର ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଯୋଡ଼ା ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ବିଚିତ୍ରାନନ୍ଦ ନାୟକଙ୍କୁ ସମବାୟ ବିଭାଗର ଉପ ସଚିବ ଓ ପୁରୀ ଡେପୁଟି କଲେକ୍ଟର ଜିତେନ୍ଦ୍ର କୁମାର ପାତ୍ରଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି।

Comments are closed.