ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ ଚନ୍ଦ୍ର କରଙ୍କ ପରଲୋକ

ଭୁବନେଶ୍ବର – ଓଡ଼ିଶାର ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ ଚନ୍ଦ୍ର କରଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଆଖି ବୁଜିଛନ୍ତି ଉମେଶ ଚନ୍ଦ୍ର କର । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା। ଭାରତୀୟ ଶାସ୍ତ୍ରୀୟ ତବଲା ବାଦନ ପାଇଁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପ୍ରସିଦ୍ଧି ଅର୍ଜନ କରିଥିଲେ ଉମେଶ କର । ସେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, କେନ୍ଦ୍ର ସଂଗୀତ ନାଟକ ଏକାଡେମୀ ପୁରସ୍କାର ସହିତ ଅନେକ ସମ୍ମାନରେ ସମ୍ମାନିତ ହୋଇଥିଲେ।

Comments are closed.