ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ ନେଲେ ବର୍ଷା ସିଂହ ବରିହା

ଭୁବନେଶ୍ୱର – ପଦ୍ମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶୀର୍ବାଦ ନେଇଛନ୍ତି । ବର୍ଷାଙ୍କ ସହ ମନ୍ତ୍ରୀ ରୀତା ସାହୁ, ଟୁକୁନି ସାହୁ, ବିଧାୟକ ସୁଶାନ୍ତ ସିଂ ଏବଂ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ନବୀନ ନିବାସ ଯାଇଥିଲେ । ପଦମପୁରର ବିକାଶ ନିମନ୍ତେ ବର୍ଷା ମୁଖ୍ୟମନ୍ତ୍ରୀଙ୍କ ସହ ବିଶେଷ ଆଲୋଚନା କରିଛନ୍ତି ।

ପଦମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ହୋଇଥିବା ଉପ-ନିର୍ବାଚନରେ ବିଜୁ ଜନତା ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ ତାଙ୍କ ଝିଅ ବର୍ଷା ସିଂ ବରିହା । ବର୍ଷା ୪୨ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ। ବର୍ଷାଙ୍କୁ ବିଜୟ ପାଇଁ ଶୁଭେଛା ଓ ଅଭିନନ୍ଦନ ଜଣାଇଥିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.