ସୋମବାର ବିଧାୟକ ଭାବେ ଶପଥ ନେବେ ବର୍ଷା ସିଂହ ବରିହା

ଭୁବନେଶ୍ୱର – ପଦ୍ମପୁରର ନବନିର୍ବାଚିତ ବିଧାୟକ ବର୍ଷା ସିଂ ବରିହା ସୋମବାର ଶପଥ ଗ୍ରହଣ କରିବେ । ଆଜି ବର୍ଷା ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କୁ ଭେଟିବା ପରେ ଏହା ସ୍ପଷ୍ଟ ହୋଇଛି।

ବର୍ଷା ସିଂ ବରିହା ହେଉଛନ୍ତି ଦିବଙ୍ଗତ ବିଧାୟକ ବିଜୟ ସିଂ ବରିହାଙ୍କ ଝିଅ । ବିଜେଡି ଟିକେଟରେ ଲଢି ପଦ୍ମପୁର ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି ବର୍ଷା । ଶୁକ୍ରବାର ବର୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ । ବିଜେଡିର ବରିଷ୍ଠ ନେତା ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, କଳିକେଶ ସିଂହଦେଓ, ପ୍ରଭାସ କୁମାର ସିଂ, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ, ମନ୍ତ୍ରୀ ଟୁକୁନି ସାହୁ, ରୀତା ସାହୁ, ବିଜେଡି ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖଙ୍କ ସହିତ ଯାଇ ବର୍ଷା ନବୀନଙ୍କ ଆଶୀର୍ବାଦ ନେଇଥିଲେ।

ବର୍ଷା ସିଂ ବରିହା ରେକର୍ଡ ସଂଖ୍ୟକ ୪୨,୬୭୯ ଭୋଟ ବ୍ୟବଧାନରେ ନିକଟତମ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ପରାସ୍ତ କରିଥିଲେ ।

Comments are closed.