ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ

ଭୁବନେଶ୍ୱର – ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । କିଡନୀ ଜନିତ ରୋଗରେ ସେ ପୀଡ଼ିତ ଥିଲେ । ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଯାଜପୁରରୁ ଦୁଇ ଥର ସେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୪ ଓ ୨୦୦୯ରେ ସେ ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ ବିଜେପିରେ ଯୋଗ ଦେଇଥିଲେ।

Comments are closed.