ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ – ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକ ଲାଗି ନୀତି । ଏଥିପାଇଁ ଆଜି ୪ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପୌଷ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ହୋଇଥାଏ। ଏଥିଲାଗି ଦ୍ୱିତୀୟ ଭୋଗମଣ୍ଡପ ନୀତି ବଢିବା ପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ପାଖାପାଖି ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇ ଏହି ନୀତି ସମ୍ପାଦନ କରାଯାଇଥାଏ। ଦତ୍ତ ମହାପାତ୍ର ସେବାୟତମାନଙ୍କ ଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Comments are closed.