୧୮ରୁ ପୁଣି ଫେରିବ ଶୀତ

ଭୁବନେଶ୍ବର – ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ। ପରବର୍ତ୍ତୀ ଦୁଇ ଦିନ ମଧ୍ୟ ଏହିଭଳି ସ୍ଥିତି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି । ରାଜ୍ୟରେ ଏବେ ଶୀତ ହ୍ରାସ ପାଇଛି । ୧୮ ତାରିଖ ବେଳକୁ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ହ୍ରାସ ପାଇ ଶୀତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ଗଜପତି, କନ୍ଧମାଳ ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ରାଜ୍ୟର ଅନ୍ୟ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା।

Comments are closed.