କେନ୍ଦ୍ରୀୟ ଡେପୁଟେସନରୁ ଫେରିଲା ପରେ ଆଇଏଏସ ଉଷା ପାଢୀଙ୍କୁ ଦୁଇଟି ବିଭାଗର ସଚିବ ଦାୟିତ୍ବ | News Room Odisha

କେନ୍ଦ୍ରୀୟ ଡେପୁଟେସନରୁ ଫେରିଲା ପରେ ଆଇଏଏସ ଉଷା ପାଢୀଙ୍କୁ ଦୁଇଟି ବିଭାଗର ସଚିବ ଦାୟିତ୍ବ

ଭୁବନେଶ୍ୱର – ଆଜି ଆଇଏଏସ ସ୍ତରରେ ସାମାନ୍ୟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀଙ୍କୁ ଆଜି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ମିଳିଛି । ସେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ ତୁଲାଇବେ । ଏହା ସହିତ ଆଇଏଏସ୍ ହେମନ୍ତ ଶର୍ମା ଓ ବିଷ୍ଣୁପଦ ସେଠୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କରାଯାଇଛି ।

ଉଷା ପାଢ଼ୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ । ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ପଦରୁ ଅବ୍ୟାହତି ଦିଆଯାଇଛି । ତେବେ ଇପିକଲ୍ ଓ ଇଡକୋ ଅଧ୍ୟକ୍ଷ ଭାବେ ସେ ଅତିରିକ୍ତ ଦାୟିତ୍ୱ ଜାରି ରଖିବେ । ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କଠାରୁ ବାଣିଜ୍ୟ ଓ ପରିବହନ ବିଭାଗ କାଢ଼ି ନିଆଯାଇଛି । ଉଷା ପାଢ଼ୀଙ୍କୁ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି ।