ଛାତ୍ରଙ୍କ ବେକରେ ଜାଭେଲିନ ପଶିବା ଘଟଣାରେ ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବଲାଙ୍ଗୀର ଜିଲ୍ଲା ଆଗଲପୁର ବାଳକ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଚାଲିଥିବା ବେଳେ ଜଣେ ଛାତ୍ରଙ୍କ ବେକରେ ଜାଭେଲିନ୍ ପଶିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି । ଛାତ୍ର ସଦାନନ୍ଦ ମେହେରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ।ଏ ନେଇ ସେ ବଲାଙ୍ଗୀର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି । ସଦାନନ୍ଦଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.