ଦୀର୍ଘଦିନ ଧରି ଅନୁପସ୍ଥିତ ରହିଥିବା ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୯୬ ଜଣ କନିଷ୍ଠ ବର୍ଗର ପ୍ରାଥମିକ ଶିକ୍ଷକ ବହିଷ୍କୃତ | News Room Odisha

ଦୀର୍ଘଦିନ ଧରି ଅନୁପସ୍ଥିତ ରହିଥିବା ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୯୬ ଜଣ କନିଷ୍ଠ ବର୍ଗର ପ୍ରାଥମିକ ଶିକ୍ଷକ ବହିଷ୍କୃତ

ଭୁବନେଶ୍ୱର – କର୍ତ୍ତବ୍ୟରେ ଅବହେଳା କରୁଥିବା ସ୍କୁଲ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର । ଦୀର୍ଘଦିନ ଧରି ବିନାନୁମତିରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ପ୍ରାଥମିକ ସ୍କୁଲରେ କନିଷ୍ଠ ଶିକ୍ଷକ ବର୍ଗରେ କାର୍ଯ୍ୟ କରୁଥିବା ୯୬ଜଣ ପ୍ରାଥମିକ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି ।

ଗଣଶିକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବିନାନୁମତିରେ ବହୁ ଶିକ୍ଷକ ଦୀର୍ଘଦିନ ଧରି ଅନୁପସ୍ଥିତ ରହୁଥିବା ଯୋଗୁଁ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ୨୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବାବେଳେ ୧୫୪ଜଣ ପ୍ରାଥମିକ ଶିକ୍ଷକଙ୍କୁ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବାରୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଆଗାମୀ ଦିନରେ ଏହି ସମୀକ୍ଷା ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବା ସହ ଏଭଳି କାର୍ଯ୍ୟ କ୍ଷେତ୍ରରେ ଅବହେଳା କରୁଥିବା ଶିକ୍ଷକମାନଙ୍କ ବିରୋଧରେ ଉଚିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।