ପିଣ୍ଟୁଙ୍କ ଆଜି ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର | News Room Odisha

ପିଣ୍ଟୁଙ୍କ ଆଜି ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର

ଭୁବନେଶ୍ୱର – ପୁରୀ ସ୍ୱର୍ଗଦ୍ୱାରରେ ଅଭିନେତା ପିଣ୍ଟୁ ନନ୍ଦଙ୍କ ଆଜି ହେବ ଅନ୍ତିମ ସଂସ୍କାର। ଗତକାଲି ରାତିରେ ହାଇଦ୍ରାବାଦରୁ ଭୁବନେଶ୍ବରରେ ପହଞ୍ଚିଥିଲା ପିଣ୍ଟୁଙ୍କମରଶରୀର। ଆମ୍ବୁଲାନ୍ସ ଯୋଗେ ମରଶରୀରକୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଇ ରଖାଯାଇଥିଲା।

ଆଜି ସକାଳେ କଳାରାହାଙ୍ଗ ବାସଭବନ ନିଆଯିବ ଲୋକପ୍ରିୟ ଅଭିନେତାଙ୍କ ପାର୍ଥିବ ଶରୀର। ସେଠାରେ ପରିବାର ଓ ବନ୍ଧୁ ପରିଜନ ଶେଷ ଦର୍ଶନ କରିବେ।

ଗତ ବୁଧବାର ବିଳମ୍ବିତ ରାତିରେ ହାଇଦ୍ରାବାଦ ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଲିଭର ଟ୍ରାନ୍ସପ୍ଲାଣ୍ଟ ପୂର୍ବରୁ ପିଣ୍ଟୁଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୫ବର୍ଷ ହୋଇଥିଲା। ପିଣ୍ଟୁଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ ହେବାକୁ ଥିବା ବେଳେ ଡୋନର ମିଳି ନଥିଲେ। ଏଥିପାଇଁ ଚିକିତ୍ସାରେ ବିଳମ୍ବ ହୋଇଥିଲା। କିଛିଦିନ ତଳେ ତାଙ୍କୁ ଭୁବନେଶ୍ବରରୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ସେଠାରେ ଲିଭର ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଥିଲା ।