କ୍ୟାବିନେଟ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ : ୟୁପି ସ୍କୁଲ ଶିକ୍ଷକଙ୍କ ଗ୍ରାଣ୍ଟ- ଇନ୍- ଏଡ୍ ଅବଧି ବୃଦ୍ଧି, ଭୁବନେଶ୍ୱରରୁ ଦୁବାଇ, ବ୍ୟାଙ୍କକ, ସିଙ୍ଗାପୁର ଉଡିବ ବିମାନ

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

ଆଜିର ବୈଠକରେ ୟୁପି ସ୍କୁଲ ଶିକ୍ଷକଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ଅବଧି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଅନୁଦାନପ୍ରାପ୍ତ ବେସରକାରୀ ହାଇସ୍କୁଲ ପାଇଁ ମଧ୍ୟ ଏହି ଅବଧିକୁ ବୃଦ୍ଧି କରାଯାଇଛି।
ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ବିମାନ ସେବା ଆରମ୍ଭ ପାଇଁ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି ।ଏମଏସଏମଇ ପାଇଁ ନୂଆ ନୀତିକୁ କ୍ୟାବିନେଟର ମଞ୍ଜୁରୀ ମିଳିଛି । ଆଳୁ, ପନିପରିବା, ମସଲା ଉତ୍ପାଦନ ବୃଦ୍ଧି ପାଇଁ ସ୍ୱତନ୍ତ୍ର ପାଣ୍ଠି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

Comments are closed.